ପୁରୀ : ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ । ସାଧାରଣ ଦର୍ଶନ ବନ୍ଦ ନେଇ ଶ୍ରୀମନ୍ଦିର ପକ୍ଷରୁ ସୂଚନା । ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
Views: 18