ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଜନ୍ମାଷ୍ଟମୀଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଛି। ଶ୍ରୀମନ୍ଦିରରେ ଯେଉଡ଼ ଭୋଗ ପରେ ଶ୍ରୀକୃଷ୍ଣ ଜନ୍ମନୀତି ଓ ଗତକାଲି ନନ୍ଦଉତ୍ସବ ନୀତି ଅନୁଷ୍ଠିତ ହେବାପରେ ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥିରେ ଶ୍ରୀମନ୍ଦିରରେ ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ବନଭୋଜି ବେଶରେ ସଜ୍ଜିତ କରାଯିବ ।
Views: 83