ଭୁବନେଶ୍ୱର : ମାତ୍ର ୩ ଦିନର ବ୍ୟବଧାନ ପରେ ୨୬ ତାରିଖରୁ ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବାକୁ ଯାଉଛି। ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛଇ। ଏପରିକି କେତେକ ସ୍ଥାନରେ କୁଆପଥର ମାଡ଼ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧାରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୪୦ରୁ ୫୦ କିଲୋମିଟର ବେଗ ପର୍ୟ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ଅପରପକ୍ଷେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତିରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...