ଭୁବନେଶ୍ୱର : ମାତ୍ର ୩ ଦିନର ବ୍ୟବଧାନ ପରେ ୨୬ ତାରିଖରୁ ପଶ୍ଚିମା ଝଡ଼ ପୁଣି ସକ୍ରିୟ ହେବାକୁ ଯାଉଛି। ଏହାର ପ୍ରଭାବରେ ୨୬ ଓ ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛଇ। ଏପରିକି କେତେକ ସ୍ଥାନରେ କୁଆପଥର ମାଡ଼ ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ୨୬ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧାରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୪୦ରୁ ୫୦ କିଲୋମିଟର ବେଗ ପର୍ୟ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି। ଅପରପକ୍ଷେ ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ ଓ ଗଜପତିରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ସୁନ୍ଦରଗଡ଼, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ମୟୂରଭଞ୍ଜରେ ବିଜୁଳି, ଘଡଘଡି ସହ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୪୦ରୁ ୫୦ କିମି ବେଗରେ ବହିବ ପବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











