ପୁରୀ : ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ରୁ ରାତି ୧୦ଟା ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
Views: 78











