ପୁରୀ : ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ । ସନ୍ଦ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟାରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନାତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକ ବନକଲାଗି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
Views: 28