The Ultimate Managed Hosting Platform
ADVERTISEMENT

ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Facebook
Twitter
LinkedIn

ପୁରୀ : ଆଜି ୫ ଘଣ୍ଟା ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ । ବନକ ଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗ ମଣ୍ଡପ ପରେ କରାଯିବ ବନକ ଲାଗି ନୀତି । ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହା ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ ।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ।ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login