ପୁରୀ : ଆଜି ସାଧାରଣ ଭକ୍ତଙ୍କ ପାଇଁ ୫ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ । ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ ।ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
Views: 20