The Ultimate Managed Hosting Platform
ADVERTISEMENT

ଆତଙ୍କୀ ହମଲାରେ ୨୬ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ନୂଆଦିଲ୍ଲୀ : ପହଲଗାମରେ ଆତଙ୍କୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ଚାଲିଗଲା ଜୀବନ । ୨ ଜଣ ବିଦେଶୀ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଆତଙ୍କୀ ଆକ୍ରମଣରେ ଜଣେ ଓଡିଆ ପର୍ଯ୍ୟଟକଙ୍କ ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ ଜଣେ ନେଭି ଓ ଜଣେ ଗୁଇନ୍ଦା ଅଫିସର ରହିଛନ୍ତି । ୨୦ରୁ ଅଧିକ ଆହତ ପର୍ଯ୍ୟଟକ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କାରହିଛି। ମୃତକଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାର ଜଣେ ପର୍ୟ୍ୟଟକ ରହିଛନ୍ତି। ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ। ପର୍ୟ୍ୟଟକ ମାନେ ଏକ ବଜାରରେ ଥିବା ବେଳେ ହଠାତ ଗୁଳିମାଡ଼ କରିଥିଲେ ଆତଙ୍କବାଦୀ। ପୋଲିସ ଓ ସେନା ୟୁନିଫର୍ମରେ ଆସି ଗୁଳିବର୍ଷା କରିଥିଲେ। ବର୍ବର ଆକ୍ରମଣକୁ ଦୃଢ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା।
ଏହି ଘଟଣାରେ ସେ ଗଭୀର ଦୁଃଖ ପ୍ରକାଶ କରିବା ସହ ଏହାକୁ କାପୁରୁଷଙ୍କ କାମ ବୋଲି କହିଛନ୍ତି। ପହଲଗାଓଁରେ ପହଞ୍ଚିଛନ୍ତି ଓମାର ଅବଦୁଲ୍ଲା। ଆତଙ୍କବାଦୀ ଆକ୍ରମଣ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ବରିଷ୍ଠ ଗୁଇନ୍ଦା ଅଧିକାରୀଙ୍କ ସହ ଆଲୋଚନା ପରେ ଶ୍ରୀନଗର ଗସ୍ତ କରି ସେଠାରେ ପହଞ୍ଚିଛନ୍ତି ଶାହ। ରାଜଭବନରେ ସୁରକ୍ଷା ଅଧିକାରୀଙ୍କ ସହ ସ୍ଥିତି ସଂପର୍କରେ ଆଲୋଚନା କରିବେ। ଆତଙ୍କବାଦୀଙ୍କୁ ନିପାତ କରିବାକୁ ସୁରକ୍ଷା କର୍ମୀମାନେ ପୁରା ଅଞ୍ଚଳକୁ କର୍ଡନ କରି ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ସିଆରପିଏଫ ସହ ଅତିରିକ୍ତ କ୍ବିକ ଆକ୍ସନ ଟିମ ଘଟଣାସ୍ଥଳରେ ନିୟୋଜିତ ହୋଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login