ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥାହେଲେ ଆମେରିକା ରାଷ୍ଟ୍ରପତି । ଆତଙ୍କୀ ହମଲା ହୃଦୟ ବିଦାରକ କହିଲେ ଡୋନାଲ୍ଡ ଟ୍ରମ୍ପ । ଗଭୀର ଶୋକ ପ୍ରକାଶ କଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଆତଙ୍କବାଦୀ ହମଲାରେ ମୁଁ ଗଭୀର ଦଃୁଖିତ ବୋଲି କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ । ନିରୀହଙ୍କ ଉପରେ ଆକ୍ରମଣରେ ମୁଁ ମର୍ମାହତ ବୋଲି କହିଛନ୍ତି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ । ଜର୍ମାନ ଚାନସେଲର ଓଲଫ ସ୍କୋଲାଜ ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛି । ମୃତକଙ୍କ ଉଦ୍ଦେଶ୍ୟରେ ଗଭୀର ଶୋକ ପ୍ରକାଶ ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ସେହିପରି ବ୍ରିଟେନ ପ୍ରଧାନମନ୍ତ୍ରୀ କେର ଷ୍ଟର୍ମର ମଧ୍ୟ ଘୋର ନିନ୍ଦା କରିଛନ୍ତି । ଏପରି ଘଟଣାରେ ଭାରତ ସହ ବ୍ରିଟେନ ରହିଛି ବୋଲି ସେ କହିଛନ୍ତି । ସୂଚନା ଅନୁସାରେ ଗତକାଲି କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି । ଆତଙ୍କବାଦୀଙ୍କ ଆଖିବୁଜା ଗୁଳିମାଡ଼ରେ ୨୭ ଜଣ ପର୍ୟ୍ୟଟକ ପ୍ରାଣ ହରାଇଛନ୍ତି । ଆକ୍ରମଣରେ ୨ ବିଦେଶୀ ପର୍ୟ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ରହିଛି । ମୃତକଙ୍କ ମଧ୍ୟରେ ବାଲେଶ୍ବର ଜିଲ୍ଲାର ଜଣେ ପର୍ୟ୍ୟଟକ ରହିଛନ୍ତି । ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାଁଓ ଅଞ୍ଚଳରେ ହୋଇଛି ଆତଙ୍କବାଦୀ ଆକ୍ରମଣ ।
ଆତଙ୍କୀ ହମଲା : ବିଶ୍ୱବ୍ୟାପୀ ନିନ୍ଦା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











