The Ultimate Managed Hosting Platform
ADVERTISEMENT

ଆନ୍ଧ୍ରର ଚିତ୍ତୋରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୪ ଓଡ଼ିଆ ମୃତ

Facebook
Twitter
LinkedIn

ନୂଆଦିଲ୍ଲୀ : ଆନ୍ଧ୍ର ପ୍ରଦେଶରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୪ ଓଡ଼ିଆ ମୃତ। ଚିତ୍ତୋର ଜିଲ୍ଲା ତାଭାନପଲ୍ଲୀ ମଣ୍ଡଳର ତାଲାଗୁଣ୍ଡଲା ପଲ୍ଲୀ ଗାଁ ନିକଟରେ ଏହି ଭୀଷଣ ଦୁର୍ଘଟଣା ଘଟିଛି। ଓଡ଼ିଶାର ଏକ ପରିବାରର ୭ ଜଣ ସଦସ୍ୟଙ୍କୁ ନେଇ ଏକ ଆମ୍ବୁଲାନ୍ସ ବେଙ୍ଗାଳୁରୁର ଡାକ୍ତରଖାନାକୁ ଯାଉଥିଲା। ଏହି ସମୟରେ ପୁଠପଟ୍ଟୁ-ନାଇଡୁପେଟାଠାରେ ଏକ ଲରି ସହ ଧକ୍କା ହୋଇଥିଲା। ଫଳରେ ଆମ୍ବୁଲାନ୍ସରେ ଥିବା ୪ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ପରିବାରର ଅନ୍ୟ ଦୁଇ ସଦସ୍ୟ ଏବଂ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ୟାଦାମାରି ଓ କନିପକମ୍ ପୋଲିସ ପହଞ୍ଚି ୩ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି। ସେପଟେ ଶୁକ୍ରବାର ସକାଳେ ମଧ୍ୟ ଆନ୍ଧ୍ରର ଅନ୍ନମୟା ଜିଲ୍ଲାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ଜିପ୍ ଓ ଲରି ମଧ୍ୟରେ ମୁହାଁମୁହିଁ ଧକ୍କା ଫଳରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି।ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login