ନୂଆଦିଲ୍ଲୀ : ଭିଏତ୍ନାମ ରାଜଧାନୀ ହନୋଇରେ ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ସମୟାନୁସାରେ, ସେପ୍ଟେମ୍ବର ୧୩ ତାରିଖ ବିଳମ୍ବିତ ରାତିରେ ଏହି ନିଆଁ ଲାଗିଛି। ଅଗ୍ନିକାଣ୍ଡରେ ପ୍ରାୟ ୫୦ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି।
ଏଏନ୍ଆଇ ରିପୋର୍ଟ ମୁତାବକ, ଭିଏତ୍ନାମ ନ୍ୟୁଜ୍ ଏଜେନ୍ସି କହିଛି ଯେ ବିଳମ୍ବିତ ରାତି ପାଖାପାଖି ୨ଟା ସମୟରେ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟିଥିଲା। ବିଲ୍ଡିଂର ୯ମ ମହଲାରେ ନିଆଁ ଲାଗିଯାଇଥିଲା। ଏଠାରେ ପ୍ରାୟ ୧୫୦ ଲୋକ ରହୁଥିଲେ। ହନୋଇରେ ଥିବା ଏହି ବିଲ୍ଡିଂ ସହରର ଆବାସୀୟ ଅଞ୍ଚଳରେ ଏକ ସଂକୀର୍ଣ୍ଣ ଗଳି ଭିତରେ ରହିଥିଲା। ନିଆଁ ଲାଗିବା ପରେ ଉଦ୍ଧାର କାର୍ୟ୍ୟ ଦ୍ରୁତ ଗତିରେ ଜାରି ରହିଛି, ଯେଉଁ କାରଣରୁ ପାଖାପାଖି ୭୦ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରୁ ୫୪ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଅଗ୍ନିକାଣ୍ଡରେ ପୀଡ଼ିତଙ୍କ ମଧ୍ୟରେ ଅନେକ ଛୋଟ ପିଲା ମଧ୍ୟ ଅଛନ୍ତି। ରିପୋର୍ଟ ମୁତାବକ, ବିଲ୍ଡିଂର ଛୋଟ ବାଲ୍କୋନିଗୁଡ଼ିକରେ ଲୁହା ତାର ବାଡ଼ ଘେରାଯାଇଥିଲା। ଆପାର୍ଟମେଣ୍ଟରୁ ବାହାରିବା ପାଇଁ କେବଳ ଗୋଟିଏ ହିଁ ରାସ୍ତା ଥିଲା, ଏପରି କି, କୌଣସି ଏମରଜେନ୍ସି କବାଟ ମଧ୍ୟ ନ ଥିଲା।
ଆପାର୍ଟମେଣ୍ଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୫୦ ମୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











