The Ultimate Managed Hosting Platform
ADVERTISEMENT

ଆଫଗାନିସ୍ତାନରେ ଭୂକମ୍ପ , ୨୦ରୁ ଅଧିକ ଜଣଙ୍କ ଚାଲିଗଲା ଜୀବନ

Facebook
Twitter
LinkedIn

ଆଫଗାନିସ୍ତାନ : ଆଫଗାନିସ୍ତାନର ହିନ୍ଦୁକୁଶ ଅଞ୍ଚଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ଝଟକା । ଭୂକମ୍ପର ତୀବ୍ରତା ୬.୩ ରହିଥିଲା । ଏହି ଭୂକମ୍ପରେ ଏପର୍ୟ୍ୟନ୍ତ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୦ ଜଣ ଆହତ ହୋଇଛନ୍ତି । ଭୂକମ୍ପର କେନ୍ଦ୍ରସ୍ଥଳ ଆଫଗାନିସ୍ତାନର ଖୁଲମରୁ ୨୨ କିଲୋମିଟର ପଶ୍ଚିମ-ଦକ୍ଷିଣ ପଶ୍ଚିମରେ ୨୮ କିଲୋମିଟର ଗଭୀରତାରେ ଅବସ୍ଥିତ ଥିଲା ।
ସ୍ବାସ୍ଥ୍ୟ ବିଭାଗର ପ୍ରବକ୍ତା ସମୀମ ଜୋୟନ୍ଦା କହିଛନ୍ତି, ଆଜି ସକାଳ ସମୟରେ ୨୦ ଜଣଙ୍କ ମୃତ୍ୟୁ ଖବର ମିଳିଥିଲା । ୧୫୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ୟୁଏସଜିଏସ ଅନୁଯାୟୀ, ସୋମବାର ସ୍ଥାନୀୟ ସମୟ ୧୨.୫୯ ମିନିଟରେ ଭୂମିକମ୍ପ ହୋଇଥିଲା । ଏହି ସମୟରେ ଅଧିକାଂଶ ଲୋକ ଶୋଇଥିଲେ । ଯେତେବେଳେ ହଠାତ୍ ଭୂମିକମ୍ପ ହୋଇଥିଲା ସେମାନେ ହଠାତ୍ ଭୟଭୀତ ହୋଇଯାଇଥିଲେ । ଘର ବାହାରୁକୁ ଆସିଯାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login