ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି । ଏହି ଘଟଣା ସମ୍ପର୍କରେ ଅଧିକାରୀମାନେ ସୂଚନା ଦେଇଛନ୍ତି । ପୋଲିସ କମିଶନର କେଭିନ୍ ବେଥେଲ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ମୃତକଙ୍କ ମଧ୍ୟରୁ ୩ଜଣ ବୟସ୍କ, ଆହତଙ୍କ ମଧ୍ୟରୁ ୨ ଜଣ କିଶୋର । ଗୁଳିକାଣ୍ଡରେ ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି । ପୋଲିସ କମିଶନର କେଭିନ୍ ବେଥେଲ କହିଛନ୍ତି ଯେ ରାତି ୧ଟା ପୂର୍ବରୁ ଗ୍ରେସ୍ ଫେରିର ଏକ ଆବାସିକ ଅଞ୍ଚଳରେ ଗୁଳିକାଣ୍ଡ ଘଟିଥିଲା । ସେ କହିଛନ୍ତି, ‘‘ଆମ ପାଖରେ ଅନେକ ରାଉଣ୍ଡ ଗୁଳିର ସେଲ୍ ଅଛି ।’’ ପୋଲିସ କହିଛି ଯେ ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି ଏବଂ ତାଙ୍କଠାରୁ ଏକ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି । ପୋଲିସ କହିଛି ଯେ ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି ଏବଂ ତାଙ୍କଠାରୁ ଏକ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି ।
ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...