ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି । ଏହି ଘଟଣା ସମ୍ପର୍କରେ ଅଧିକାରୀମାନେ ସୂଚନା ଦେଇଛନ୍ତି । ପୋଲିସ କମିଶନର କେଭିନ୍ ବେଥେଲ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ ମୃତକଙ୍କ ମଧ୍ୟରୁ ୩ଜଣ ବୟସ୍କ, ଆହତଙ୍କ ମଧ୍ୟରୁ ୨ ଜଣ କିଶୋର । ଗୁଳିକାଣ୍ଡରେ ଆହତମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି । ପୋଲିସ କମିଶନର କେଭିନ୍ ବେଥେଲ କହିଛନ୍ତି ଯେ ରାତି ୧ଟା ପୂର୍ବରୁ ଗ୍ରେସ୍ ଫେରିର ଏକ ଆବାସିକ ଅଞ୍ଚଳରେ ଗୁଳିକାଣ୍ଡ ଘଟିଥିଲା । ସେ କହିଛନ୍ତି, ‘‘ଆମ ପାଖରେ ଅନେକ ରାଉଣ୍ଡ ଗୁଳିର ସେଲ୍ ଅଛି ।’’ ପୋଲିସ କହିଛି ଯେ ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି ଏବଂ ତାଙ୍କଠାରୁ ଏକ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି । ପୋଲିସ କହିଛି ଯେ ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି ଏବଂ ତାଙ୍କଠାରୁ ଏକ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି ।
ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











