ନୂଆଦିଲ୍ଲୀ : ଆମେରିକାରେ ପୁଣି ବିମାନ ଦୁର୍ଘଟଣାଗ୍ରସ୍ତ । ଏରିଜୋନା ସ୍କଟସଡେଲ ଏୟାରପୋର୍ଟରେ ଦୁଇଟି ଜେଟ ବିମାନ ପରସ୍ପର ସହିତ ଧକ୍କା ହୋଇଛି । ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ବିମାନ ବନ୍ଦରର ରନୱେକୁ ବନ୍ଦ କରିଦିଆଯାଇଛି । ତେବେ ଗତ ୧୨ ଦିନ ଭିତରେ ଏହା ଆମେରିକାରେ ଚତୁର୍ଥ ବିମାନ ଦୁର୍ଘଟଣା ।ସ୍କଟସଡେଲ ଏୟାରପୋର୍ଟର ଜଣେ ଅଧିକାରୀଙ୍କ କହିବା ମୁତାବକ, ଏକ ମଧ୍ୟମ ଆକାରର ବିଜନେସ ଜେଟ ନିଜ ସ୍ଥାନରେ ଠିଆ ହୋଇଥିବା ବେଳେ ଅନ୍ୟ ଏକ ବିଜନେସ ଜେଟ ଧକ୍କା ଦେଇଥିଲା । ପାର୍କ ହୋଇଥିବା ଏକ ଜେଟକୁ ଗଲ୍ଫଷ୍ଟ୍ରିମ ୨୦୦ ଜେଟ ଧକ୍କା ଦେଇଥିଲା । ଜେଟର ପ୍ରାଇମେରୀ ଲାଣ୍ଡିଂ ଗିୟର ବନ୍ଦ ହୋଇଯାଇଥିଲା । ଫଳରେ ଦୁଇଟି ଜେଟ୍ ମଧ୍ୟରେ ଧକ୍କା ହୋଇଥିଲା ।ଏହି ଜେଟଟି ଟେକ୍ସାସ ଆସିଥିଲା । ଏଥିରେ ୪ ଜଣ ଯାତ୍ରୀ ଥିଲେ । ସେହିପରି ପାର୍କ ହୋଇଥିବା ଜେଟରେ ଜଣେ ବ୍ୟକ୍ତି ରହିଥିଲେ । ଦୁର୍ଘଟଣା ପରେ ଅଗ୍ନିଶମ ଟିମ ତୁରନ୍ତ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିଥିଲା । ତେବେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି ।
ଆମେରିକାରେ ପୁଣି ବିମାନ ଦୁର୍ଘଟଣା, ରନୱେରେ ଧକ୍କା ହେଲା ୨ ବିମାନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











