ଭୁବନେଶ୍ୱର : ଆରମ୍ଭ ହେଲା “କୃଷି ଓଡିଶା -୨୦୨୫” । ୩ ଦିନ ଧରି ବରମୁଣ୍ଡା ପଡିଆରେ ଚାଲିବ କାର୍ଯ୍ୟକ୍ରମ । ଆଜିଠୁ ୫ ତାରିଖ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ । ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆୟୋଜନ ହୋଇଛି ଏହି କାର୍ୟ୍ୟକ୍ରମ । ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ସଚିବ ମନୋଜ କୁମାର ଆହୁଜା, କୃଷି ସଚିବ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଅଛନ୍ତି । କୃଷି ଓଡ଼ିଶା-୨୦୨୫ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।
ଆରମ୍ଭ ହେଲା “କୃଷି ଓଡିଶା -୨୦୨୫”, ୩ ଦିନ ଧରି ଚାଲିବ କାର୍ଯ୍ୟକ୍ରମ

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...