ଭୁବନେଶ୍ୱର : ଆରମ୍ଭ ହେଲା “କୃଷି ଓଡିଶା -୨୦୨୫” । ୩ ଦିନ ଧରି ବରମୁଣ୍ଡା ପଡିଆରେ ଚାଲିବ କାର୍ଯ୍ୟକ୍ରମ । ଆଜିଠୁ ୫ ତାରିଖ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ । ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆୟୋଜନ ହୋଇଛି ଏହି କାର୍ୟ୍ୟକ୍ରମ । ଏହି କାର୍ୟ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ସଚିବ ମନୋଜ କୁମାର ଆହୁଜା, କୃଷି ସଚିବ ଅରବିନ୍ଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଅଛନ୍ତି । କୃଷି ଓଡ଼ିଶା-୨୦୨୫ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ପ୍ରଥମଦିନର ବିଷୟବସ୍ତୁ ରହିବ ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସ ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି ।
ଆରମ୍ଭ ହେଲା “କୃଷି ଓଡିଶା -୨୦୨୫”, ୩ ଦିନ ଧରି ଚାଲିବ କାର୍ଯ୍ୟକ୍ରମ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











