ପୁରୀ: ଆଜି ପ୍ରସିଦ୍ଧ ରଥଯାତ୍ରା । ଆରମ୍ଭ ହେଲା ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି । ରଥଯାତ୍ରା ପାଇଁ ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ରଥ ପ୍ରତିଷ୍ଠା ପୂଜା ସମ୍ପନ୍ନ ହେବା ପରେ ଆରମ୍ଭ ହୋଇଛି ପହଣ୍ଡି ବିଜେ । ଧାଡ଼ି ପହଣ୍ଡିରେ ଆସି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିଜେ କରିସାରିଛନ୍ତି ଚକ୍ରରାଜ ସୁଦର୍ଶନ । ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହେଲା ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି । ମୁଣ୍ଡରେ ଟାହିଆ ଲଗାଇ ଝୁଲିଝୁଲି ଆସୁଛନ୍ତି ବଡ଼ଠାକୁର । ଘଣ୍ଟଘଣ୍ଟା, ହରିବୋଲ ଓ ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ । ଏହା ପରେ ଭଉଣୀ ସୁଭଦ୍ରା ଓ ଶେଷରେ ମହାପ୍ରଭୁ ଜଗନ୍ନାଥ ରଥରେ ବିଜେ କରିବେ ।
Views: 63