ନାଗପୁର : ମହାରାଷ୍ଟ୍ରର ନାଗପୁରରେ ଏକ ଆଲୁମିନିୟମ ଫଏଲ୍ କାରଖାନାରେ ହୋଇଛି ବିସ୍ଫୋରଣ ।ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଛି । ଦୁଇଜଣଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, ଯେଉଁଠାରେ ସେମାନଙ୍କର ମୃତ୍ୟୁ ହୋଇଥିଲା । ତିନି ଜଣ ଲୋକ ନିଖୋଜ ଅଛନ୍ତି । କୁହାଯାଉଛି ଯେ ଏହି ବିସ୍ଫୋରଣ ସନ୍ଧ୍ୟା ପ୍ରାୟ ୭ଟା ସମୟରେ ହୋଇଥିଲା । ବିସ୍ଫୋରଣ ପରେ ପ୍ରାୟ ଗୋଟିଏ କିଲୋମିଟର ପର୍ୟ୍ୟନ୍ତ ଧୂଆଁ ଦେଖାଯାଉଥିଲା ।ସୂଚନା ଅନୁସାରେ ଶୁକ୍ରବାର ଦିନ ନାଗପୁରର ଉମରେଡ଼ MIDCରେ ଏକ ଆଲୁମିନିୟମ୍ ଫଏଲ୍ ତିଆରି କାରଖାନାରେ ଅଗ୍ନିକାଣ୍ଡ ହୋଇଥିଲା । ଏଥିରେ ୬ ଜଣ ଆହତ ହୋଇଥିଲେ । ଯେଉଁମାନଙ୍କୁ ନାଗପୁରର ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଧୂଆଁ ବହୁ ଦୂରରୁ ଦେଖାଯାଉଥିଲା । ବିସ୍ଫୋରଣ ସମୟରେ କାରଖାନାରେ ୮୭ ଜଣ ଲୋକ ଉପସ୍ଥିତ ଥିଲେ ।ଏହି ଲୋକଙ୍କ ମଧ୍ୟରୁ କିଛି ଲୋକ ଗୁରୁତର ଆହତ ହୋଇଥିଲେ ଏବଂ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଦୁଇଜଣ ଆହତଙ୍କ ଜୀବନ ବଞ୍ଚାଯାଇ ପାରିଲା ନାହିଁ ଏବଂ ସେମାନଙ୍କର ମୃତ୍ୟୁ ହୋଇଥିଲା ।
ଆଲୁମିନିୟମ ଫଏଲ କାରଖାନାରେ ବିସ୍ଫୋରଣ , ୫ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











