The Ultimate Managed Hosting Platform
ADVERTISEMENT

ଆଷାଢ ମାସ ଶୁକ୍ଲ ପକ୍ଷ ଦ୍ୱିତୀୟାରୁ ଇସ୍କନରେ ହେବ ରଥଯାତ୍ରା

Facebook
Twitter
LinkedIn

ପୁରୀ : ଆଷାଢ ମାସ ଶୁକ୍ଲ ପକ୍ଷ ଦ୍ୱିତୀୟାରୁ ଇସ୍କନରେ ହେବ ରଥଯାତ୍ରା । ଏ ନେଇ ଗତକାଲି ଶ୍ରୀ ନଅରରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଇସ୍କନ ଗଭର୍ଣ୍ଣିଂ ବଡି କମିଶନର ଅଧ୍ୟକ୍ଷ ଗୁରୁ ପ୍ରସାଦ ସ୍ବାମୀ ମହାରାଜଙ୍କ ଉପସ୍ଥିତିରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ଓ ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଉପସ୍ଥିତ ଥିଲେ । ଏଥିରେ ଶ୍ରୀମନ୍ଦିର ପ୍ରଶାସନ ଓ ଇସ୍କନ ମଧ୍ୟରେ ଆଲୋଚନା ହୋଇଛି । ଅଦିନିଆ ରଥଯାତ୍ରା ବନ୍ଦ କରିବାକୁ ଇସ୍କନକୁ ପରାମର୍ଶ ଦିଆଯାଇଛି । ବୈଠକରେ ଶ୍ରୀମନ୍ଦିର ତରଫରୁ ଇସ୍କନ କର୍ତ୍ତୃପକ୍ଷଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ, ଆଷାଢ଼ ଶୁକ୍ଳ ଦ୍ଵିତୀୟା ଠାରୁ ଦଶମୀ ମଧ୍ୟରେ ହିଁ ମହାପ୍ରଭୁଙ୍କ ରଥଯାତ୍ରାର ଶାସ୍ତ୍ର ସମ୍ମତ ବିଧି ରହିଛି। ତେଣୁ ଏହି ସମୟରେ ହିଁ ପରମ୍ପରା ଅନୁଯାୟୀ ରଥଯାତ୍ରା ପାଳନ କରାଯାଇପାରିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login