ଭୁବନେଶ୍ୱର : ଆସନ୍ତାକାଲି ଠାରୁ ପର୍ୟ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ୟ୍ୟଟକଙ୍କ ମଧ୍ୟରେ ବେଶ ଉତ୍ସାହ । ଅପରପକ୍ଷରେ ପର୍ୟ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଞ୍ଚିଛି । କୁମ୍ଭୀର ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ୩ ମାସଧରି ବନ୍ଦ ରହିଥିଲା। ଏହି ସମୟରେ କୁମ୍ଭୀର ହିଂସ୍ର ରହୁଥିବାରୁ ପର୍ୟ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟି ରେ ରଖି ଭିତରକନିକା ବନ୍ଦ ରହିଥିଲା।
Views: 67











