କଟକ : ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣା । ଆସନ୍ତା କାଲି ବିଶ୍ୱ ହିନ୍ଦୁ ପରିଷଦର କଟକ ବନ୍ଦ ଡାକରା । ଗଣ୍ଡଗୋଳ ଘଟଣାରେ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ । ସୂଚନାଯୋଗ୍ୟ ଯେ, କଟକରେ ଭସାଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଦରଘା ବଜାର ସ୍ଥିତ ହାତୀପୋଖରୀ ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । ଦଶହରା ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି । ଗୀତ ବଜାଇବାକୁ ବିରୋଧ କରି କାଚ ଓ ପଥର ମାଡ କରାଯାଇଥିବା ସୂଚନା ରହିଛି । ଏହି ଗୋଷ୍ଠୀ ସଂଘର୍ଷ କାରଣରୁ ୬ ଗୁରୁତର ହୋଇଛନ୍ତି । କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି ।
ଏହି ଘଟଣାକୁ ନେଇ ଅତିରିକ୍ତ ସିପି ନରସିଂହ ଭୋଳ କହିଥିଲେ, ପୋଲିସ, ଶାନ୍ତି କମିଟି ଓ ପୂଜା କମିଟି ଗୁଡିକର ସହଯୋଗ ପାଇଁ ଏକ ବଡ଼ ଅଘଟଣ ଏଡାଇ ଦିଆଯାଇ ପାରିଛି । ଏଭଳି ଘଟଣାରେ ଯେଉଁ ମାନଙ୍କର ସମ୍ପୃକ୍ତି ରହିଛି ସେମାନଙ୍କୁ ଚିହ୍ନଟ କରାଯାଇଛି । ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସ୍ଥିତି ଏବେ ସ୍ବାଭାବିକ ରହିଛି ବୋଲି ଜିଲ୍ଲାପାଳ କହିଛନ୍ତି ।
ଆସନ୍ତାକାଲି କଟକ ବନ୍ଦ ଡାକରା
Facebook
Twitter
LinkedIn
Facebook
Twitter
LinkedIn
Recent News
ଶୀତଦିନେ ଡାଏଟରେ ସାମିଲ କରନ୍ତୁ ଏହି ଜିନିଷ , ହାର୍ଟ ଓ ମସ୍ତଷ୍କ ପାଇଁ ଭଲ
ବ୍ୟୁରୋ : କାଜୁ ବାଦାମର ସ୍ୱାଦ ଏପରି ହୋଇଥାଏ ଯେ ଥରେ ଖାଇବା ଆରମ୍ଭ କରିବା ପରେ ଏହାକୁ ଛାଡିବାକୁ ଇଚ୍ଛା ହୁଏ ନାହିଁ । କିନ୍ତୁ...
ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ
ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...
ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା
ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...
ଗୃହରେ ପାଣ୍ଡିଆନ ତାତି
ଭୁବନେଶ୍ୱର : ମୁଲତବି ଆଲୋଚନା ବେଳେ ପୁଣି ଉଠିଲା ପାଣ୍ଡିଆନ ପ୍ରସଙ୍ଗ । ବିଜେଡି ବିଧାୟକଙ୍କୁ କାଗଜ ବାଘ କହି ତାଚ୍ଛଲ୍ୟ କଲେ ପ୍ରତାପ ଚନ୍ଦ୍ର ନାୟକ...











