ଭୁବନେଶ୍ୱର : ଆସନ୍ତାକାଲି ଜାପାନରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜାପାନ କ୍ୟୋଟୋରେ ଓଡ଼ିଶାରେ ପର୍ୟ୍ୟଟନ କ୍ଷେତ୍ରରେ ବହୁ ସୁଯୋଗ ଥିବା ନେଇ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ସମୃଦ୍ଧ ବୌଦ୍ଧ ପରମ୍ପରା ବହନ କରୁଛି। ତେଣୁ ଓଡ଼ିଶା-ଜାପାନ ମଧ୍ୟରେ ବୌଦ୍ଧ ସଂସ୍କୃତିର ସମ୍ପର୍କ ଯୋଡ଼ିବାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।ଓଡ଼ିଶା ଏବଂ ଜାପାନ ମଧ୍ୟରେ ସାଂସ୍କୃତିକ ସମ୍ପର୍କ ବିଷୟରେ ଅବଗତ କରାଇଛନ୍ତି ମୁଖ୍ୟମନ୍ତ୍ରୀ । ପର୍ୟ୍ୟଟନକୁ ପ୍ରୋତ୍ସାହନ ସହ ଏ କ୍ଷେତ୍ରରେ ଭିତ୍ତିଭୂମିର ବିକାଶ ନେଇ ସରକାର ନେଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ, ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ସମୟରେ ଟୋକିଓସ୍ଥିତ ନିପ୍ପନ ଷ୍ଟିଲ ପ୍ଲାଣ୍ଟ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବ୍ୟାପକ ପୁଞ୍ଜିନିବେଶରେ କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରତିଷ୍ଠା ହେବାକୁ ଯାଉଥିବା ମେଗା ଷ୍ଟିଲ ପ୍ଲାଣ୍ଡ ରାଜ୍ୟରେ ଶିଳ୍ପ ସମୃଦ୍ଧିର ନୂଆ ଧାରା ସୃଷ୍ଟି କରିବ ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।
ଆସନ୍ତାକାଲି ଜାପାନରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...