ନୂଆଦିଲ୍ଲୀ : ସମ୍ଭାବ୍ୟ ଯୁଦ୍ଧକୁ ନେଇ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବ ମକଡ୍ରିଲ୍ । ଏନେଇ ରାଜସ୍ୱ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ୧୨ଟି ସ୍ଥାନରେ ହେବା ପରେ ଆଗକୁ ଗାଁରେ ବି ହେବ ମକଡ୍ରିଲ୍ । ଯୁଦ୍ଧ ସମୟରେ କ’ଣ କରିବାକୁ ପଡେ, ତା ଉପରେ ଆଡଭାଇଜରୀ ମଧ୍ୟ ଆସିବ । ଓଡ୍ରାଫ, ଅଗ୍ନିଶମ, ଓଡ଼ିଶା ପୋଲିସ, ଅର୍ଦ୍ଧ ସାମରିକ ବାହିନୀଙ୍କର ମକଡ୍ରିଲ୍ରେ ଭୂମିକା ରହିବ । ତେବେ ଜନସାଧାରଣ ଭୟଭୀତ ହେବାର କୌଣସି କାରଣ ନାହିଁ । ଏଭଳି ପରିସ୍ଥିତିରେ ଆମକୁ ସଜାଗ ରହିବା ସହ ସାମ୍ନା କରିବାକୁ ପଡ଼ିବ ବୋଲି ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।
Views: 44