ଭୁବନେଶ୍ୱର : ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ ୭୫ ହଜାର ୪୦୩ ଶିକ୍ଷକ ଶିକ୍ଷୟିତ୍ରୀ ଦେବେ ଏହି ପରୀକ୍ଷା । ଲଘୁଚାପ ଓ ଲଗାଣ ବର୍ଷା ପାଇଁ ପରୀକ୍ଷା କେନ୍ଦ୍ରରେ ୨୪ ଘଣ୍ଟିଆ ପାୱାର ସପ୍ଲାଇ ପାଇଁ ଚିଠି ଲେଖିଲା ବୋର୍ଡ । ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଏ ନେଇ ଚିଠି ଲେଖା ହୋଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ହୋଇଛି ସିସିଟିଭି ବ୍ୟବସ୍ଥା । ବୋର୍ଡରେ ରହିଛି ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ରୁମ । ବୋର୍ଡରୁ ସମସ୍ତ ପରୀକ୍ଷା ନିରୀକ୍ଷଣ କରି ପାରିବେ ଅଧିକାରୀ ପରୀକ୍ଷାରେ ଅନିୟମିତତା ତଥା ଭାଇରାଲ୍ ଓ କପି ଆଦି ନିୟନ୍ତ୍ରଣ ପାଇଁ ପୂର୍ବ ପରି ପ୍ରତି ପ୍ରଶ୍ନପତ୍ରରେ କ୍ୟୁଆର୍ କୋର୍ଡ ଏବଂ ୱାଟର୍ ମାର୍କ ରହିଛି । ଏହି ସ୍ପେସାଲ୍ ଓଟିଇଟି ପାଇଁ ରାଜ୍ୟରେ ଆବେଦନରତ ୭୫ ହଜାରରୁ ଅଧିକ ଇନ୍ସର୍ଭିସ ଶିକ୍ଷକଙ୍କ ମଧ୍ୟରୁ ୨ ହଜାର ୬ ଶହ ଜଣ ଶାରୀରିକ ଅକ୍ଷମ ପ୍ରାର୍ଥୀ ଥିବା ସୂଚନା ମିଳିଛି । ଉକ୍ତ ପ୍ରାର୍ଥୀମାନଙ୍କୁ ଅଧିକ ୫୦ ମିନିଟ୍ ସମୟ ଦିଆଯିବ । ଏହି ପରୀକ୍ଷା ଦୁଇଟି ସିଟିଂରେ ହେବ । ପେପର-୧ ପରୀକ୍ଷା ପ୍ରଥମ ସିଟିଂରେ ସକାଳ ୯ଟାରୁ ଦିନ ୧୧ଟା ୩୦ ମିନିଟ୍ ପର୍ୟ୍ୟନ୍ତ ଚାଲିବ । ସେହିପରି ପେପର-୨ ପରୀକ୍ଷା ଅପରାହ୍ନ ୨ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ୩୦ ମିନିଟ୍ରେ ଶେଷ ହେବ । ପୂର୍ବ ପରି ସେହି ପୁରୁଣା ପାର୍ଟନ ଅନୁସାରେ ପ୍ରଶ୍ନ ପ୍ରସ୍ତୁତି କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
ଆସନ୍ତାକାଲି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











