ପୁରୀ : ଆସନ୍ତାକଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ୟ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ । ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ । ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ ।
Views: 15