ଭୁବନେଶ୍ୱର: ଆସନ୍ତା କାଲିଠାରୁ ରାଜ୍ୟର ପାଣିପାଗର ପରିବର୍ତ୍ତନ ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ବଙ୍ଗୋପସାଗର ମଧ୍ୟରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପାଇଁ ରାଜ୍ୟରେ ପାଗ ବଦଳିଛି । ଫଳରେ କାଲିଠୁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ବିଜୁଳି ସହିତ ଘଡଘଡି ଓ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବରଗଡ,ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ କରାଯାଇଛି । ସେହିପରି ୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ । ବର୍ଷା ଦ୍ୱାରା ପନିପରିବା ଫସଲ ନଷ୍ଟ ହେବାର ସମ୍ଭାବନା ରହିଛି । ଏଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି । ପରେ ୫ ତାରିଖରୁ ରାଜ୍ୟରେ ପାଗ ବଦଳିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା; ପାଣିପାଗ ବିଭାଗ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











