The Ultimate Managed Hosting Platform
ADVERTISEMENT

ଆସନ୍ତା ୨୨ ଯାଏଁ ରାଜ୍ୟରେ ଜାରି ରହିବ ପ୍ରବଳ ତାତି

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି । ତାତି ସାଙ୍ଗକୁ ଗୁଳୁଗୁଳି ଜାରି ରହିଛି। ରାଜ୍ୟରେ ଦିନରେ ତାପମାତ୍ରା ବୃଦ୍ଧି ସହିତ ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଛି । ଫଳରେ ସକାଳୁ ଗରମ ସହିତ ଅପରାହ୍ମରେ ଆଶ୍ବସ୍ତି ମିଳୁଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଅଧିକ ରହିବାକୁ ଥିବା ବେଳେ ଅଧିକାଂଶ ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବ। ଅନ୍ୟପଟେ ଶୁକ୍ରବାର ରାଜ୍ୟର କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଛି। ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ ଓ ବାଲେଶ୍ୱର ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ୩୦-୪୦ କିମି ଟପିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login