ଭୁବନେଶ୍ୱର : ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ। ସେହି ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ। ସୂଚନାଯୋଗ୍ୟ ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି।
Views: 70