ଭୁବନେଶ୍ୱର : ଆସନ୍ତା ୨୮ରେ ମେକ ଇନ ଓଡିଶା କନକ୍ଲେଭ-୨୦୨୫ । କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିପାଇଁ ଗତକାଲି ମୁଖ୍ୟ ଶାସନ ସଚିବ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି । ମୋଦି ଗସ୍ତ ବେଳେ କୌଣସି ତ୍ରୁଟି ଯେଭଳି ପରିଲକ୍ଷିତ ନ ହୁଏ ସେଥିପ୍ରତି ବୈଠକରେ ଗୁରୁତ୍ଵ ଦିଆଯାଇଥିଲା। ଜାନୁଆରୀ ୨୮ ତାରିଖ ସକାଳ ୮ଟା ୩୫ ମିନିଟ ସମୟରେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ବାହାରି ପୂର୍ବାହ୍ନ ୧୦ଟା ୩୫ ମିନିଟ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ପୂର୍ବାହ୍ନ ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ୧୧ଟାରୁ ୧୨ଟା ୩୦ ପର୍ୟ୍ୟନ୍ତ ଉତ୍କର୍ଷ ଓଡ଼ିଶା ମେକ ଇନ ଓଡ଼ିଶା କନକ୍ଲେଭ କାର୍ୟ୍ୟକ୍ରମରେ ଯୋଗଦେବେ। ଗତ ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୫ ଥର ଓଡିଶା ଗସ୍ତ । ପ୍ରଥମେ ବିଜେପି ସରକାର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ପରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ପାଇଁ ଓଡିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ । ପରେ ଡିଜି ସମ୍ମିଳନୀ ଏବଂ ନିକଟରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଓଡିଶା ଆସିଥିଲେ ପ୍ରଧାନମନ୍ତ୍ରୀ ।
ଆସନ୍ତା ୨୮ରେ ମେକ ଇନ ଓଡିଶା କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











