ଭୁବନେଶ୍ୱର : ଆସନ୍ତା ୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଘଡଘଡି ବିଜୁଳି ସହ ବର୍ଷା ପାଇଁ ୯ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି। ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଯାଜପୁର, କେନ୍ଦ୍ରାପଡା, ଝାରସୁଗୁଡା ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ୧୬ ତାରିଖରେ ୫ ଜିଲ୍ଲା, ୧୭ ତାରିଖରେ ୬ଟି ଓ ୧୮ ତାରିଖରେ ୫ ଜିଲ୍ଲାକୁ ସତର୍କ କରାଯାଇଛି। ବର୍ତ୍ତମାନ ରାଜ୍ୟରେ ମୌସୁମୀ ନିମ୍ନଚାପରେଖା ସକ୍ରିୟ ରହିଥିବା ବେଳେ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ, ଉତ୍ତର-ପୂର୍ବ ରାଜସ୍ଥାନ ଦେଇ ବାଂଲାଦେଶ ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ଝାଡଖଣ୍ଡ ଏବଂ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି।
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











