The Ultimate Managed Hosting Platform
ADVERTISEMENT

ଆସୁଛି ବଡ ବର୍ଷା, ଆସନ୍ତା ୪୮ ଘଣ୍ଟାରେ ଲଘୁଚାପର ରୂପନେବ ଘୂର୍ଣ୍ଣିବଳୟ

Facebook
Twitter
LinkedIn

ଭୁବନେଶ୍ୱର: ଆସୁଛି ବଡ଼ ବର୍ଷା । ଆସନ୍ତା ୪୮ ଘଣ୍ଟାରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପନେବ । ପ୍ରଭାବରେ ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ । ୧୫ ତାରିଖ ପର୍ୟ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳହାଣ୍ଡି, କଟକ ଏବଂ ଅନୁଗୁଳ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ । ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା, ୧୫ ରେ ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଆକସ୍ମିକ ବନ୍ୟାର ପରିସ୍ଥିତି ଦେଖାଦେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login