ଭୁବନେଶ୍ୱର : ଆସୁଛି ବାତ୍ୟା ! ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ବର୍ତ୍ତମାନ ଗଭୀର ଅବପାତଟି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟାର ନାଁ ଫେଙ୍ଗାଲ ରହିଥିବା ବେଳେ ଏହାର ନାମକରଣ କରିଛି ସାଉଦି ଆରବ। ଅବପାତଟି ନାଗାପାଟନମ୍ ଠାରୁ ୫୯୦ କିଲୋମିଟର ଦୂର ଦକ୍ଷିଣ-ଦକ୍ଷିଣ ପୂର୍ବରେ ରହିଛି । ୨୯ ତାରିଖ ମଧ୍ୟରେ ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ଆଇଏମଡି । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । କିନ୍ତୁ ବାତ୍ୟା ପ୍ରଭାବରେ କୋହଲା ପାଗ ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ୨୮ ତାରିଖରୁ ୩୦ ନଭେମ୍ବରରେ ସାମୁଦ୍ରିକ ବାୟୁର ପ୍ରଭାବ ରହିବ । ଉପକୂଳ ଓ ଦକ୍ଷିଣ ଜିଲ୍ଲା ତଥା କିଛି ସଂଲଗ୍ନ ଜିଲ୍ଲା ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡାର କିଛି କିଛି ଅଂଚଳମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।
ଆସୁଛି ବାତ୍ୟା ! ଗଭୀର ଅବପାତରେ ପରିଣତ ହେଲା ଅବପାତ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...
ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ
ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...
ପେଟ ସମ୍ବନ୍ଧୀୟ ସମସ୍ୟାକୁ ଦୂର କରେ ଧନିଆ
ବ୍ୟୁରୋ : ଧନିଆ ପତ୍ରରେ ବହୁତ ପରିମାଣରେ ଭିଟାମିନ୍ ‘ଏ’ ଏବଂ ‘ସି’, ଡାଇଟାରୀ ଫାଇବର, ମାଗ୍ନେସିୟମ୍ ଏବଂ ଆଇରନରେ ଭରପୂର । ଏଥିରେ କିଛି ପରିମାଣରେ...
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା
ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...