ଭୁବନେଶ୍ୱର : ଆସୁଛି ବାତ୍ୟା ! ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ । ବର୍ତ୍ତମାନ ଗଭୀର ଅବପାତଟି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟାର ନାଁ ଫେଙ୍ଗାଲ ରହିଥିବା ବେଳେ ଏହାର ନାମକରଣ କରିଛି ସାଉଦି ଆରବ। ଅବପାତଟି ନାଗାପାଟନମ୍ ଠାରୁ ୫୯୦ କିଲୋମିଟର ଦୂର ଦକ୍ଷିଣ-ଦକ୍ଷିଣ ପୂର୍ବରେ ରହିଛି । ୨୯ ତାରିଖ ମଧ୍ୟରେ ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ମଧ୍ୟରେ ଉପକୂଳ ଛୁଇଁବ ବୋଲି ଆକଳନ କରିଛି ଆଇଏମଡି । ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । କିନ୍ତୁ ବାତ୍ୟା ପ୍ରଭାବରେ କୋହଲା ପାଗ ସହ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ୨୮ ତାରିଖରୁ ୩୦ ନଭେମ୍ବରରେ ସାମୁଦ୍ରିକ ବାୟୁର ପ୍ରଭାବ ରହିବ । ଉପକୂଳ ଓ ଦକ୍ଷିଣ ଜିଲ୍ଲା ତଥା କିଛି ସଂଲଗ୍ନ ଜିଲ୍ଲା ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡାର କିଛି କିଛି ଅଂଚଳମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।
ଆସୁଛି ବାତ୍ୟା ! ଗଭୀର ଅବପାତରେ ପରିଣତ ହେଲା ଅବପାତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











