ଭୁବନେଶ୍ୱର : ଦେଶର ଅନେକ ରାଜ୍ୟରେ ବର୍ଷା ଜାରି ରହିଛି। ଏଥିରୁ ଓଡ଼ିଶା ମଧ୍ୟ ବାଦ୍ ପଡ଼ିନାହିଁ। ରାଜ୍ୟରେ ବିଗତ କିଛି ଦିନ ହେଲା କାଳବୈଶାଖୀ ସହିତ ବର୍ଷା ଜାରି ରହିଛି। ଗ୍ରୀଷ୍ମଦିନରେ ନିଦାଘ ଖରା ନାହିଁ। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟରେ ଆଗାମୀ ୭ ଦିନ ପର୍ୟ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଅଧିକାଂଶ ସ୍ଥାନରେ ବର୍ଷା ସହିତ ଝଟ୍କା ପବନ ବହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀମତୀ ମହାନ୍ତି କହିଛନ୍ତି, ଗତକାଲି କେରଳରେ ମୌସୁମୀ ସ୍ପର୍ଶ କରିଛି। ଏହା ଧୀରେଧୀରେ ଆଗକୁ ଅଗ୍ରସର ହେଉଛି। କିନ୍ତୁ ଓଡ଼ିଶାକୁ ମୌସୁମୀ ଆସିବାରେ ଟିକେ ସମୟ ଲାଗିବ। ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ। ରାଜ୍ୟରେ ଜାରି ରହିଥିବା ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏହି ଲଘୁଚାପ କେନ୍ଦ୍ର ସୃଷ୍ଟି ହେବ। କିନ୍ତୁ ଏହି ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ। ଏହାକୁ ଅପପ୍ରଚାର କରାଯାଉଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ।
ଆହୁରି ୭ ଦିନ ବର୍ଷିବ ; ମେ ୨୭ରେ ଲଘୁଚାପ କ୍ଷେତ୍ର ସମ୍ଭାବନା, ଲଘୁଚାପ ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











