The Ultimate Managed Hosting Platform
ADVERTISEMENT

ଆୟୁର୍ବେଦିକ ଓ ହୋମିଓପାଥିକ ପିଜି ଷ୍ଟାଇପେଣ୍ଡ ବୃଦ୍ଧି କଲେ ସରକାର

Facebook
Twitter
LinkedIn

ଭୁବନେଶ୍ୱର : ଆୟୁର୍ବେଦିକ ଓ ହୋମିଓପାଥିକ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି । ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ । ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ୩୧ ହଜାରରୁ ୪୮ ହଜାରକୁ ବୃଦ୍ଧି । ଦ୍ୱିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ୩୨ ହଜାରରୁ ୫୨ ହଜାରକୁ ବଢିଲା । ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ୩୩ ହଜାରରୁ ୫୫ ହଜାରକୁ ବଢିଲା । ହାଉସ ସର୍ଜନଙ୍କ ଷ୍ଟାଇପେଣ୍ଡ ମଧ୍ୟ ବୃଦ୍ଧି , ଚଳିତ ଅଗଷ୍ଟ ପହିଲାରୁ ପିଛିଲା ଲାଗୁ । ସେହିପରି ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ହାଉସ୍ ସର୍ଜନ ମାନଙ୍କ ଷ୍ଟାଇପେଣ୍ଡ ୧୭ ହଜାରରୁ ୩୦ ହଜାରକୁ ବୃଦ୍ଧି କରାଯାଇଛି । ଏହା ଚଳିତ ବର୍ଷ ଅଗଷ୍ଟ ପହିଲାରୁ ଲାଗୁହେବ । ଏହାଦ୍ବାରା ଛାତ୍ରଛାତ୍ରୀମାନେ ଶିକ୍ଷା ଓ ରୋଗୀ ସେବାରେ ଅଧିକ ମନୋନିବେଶ କରି ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login