ନୂଆଦିଲ୍ଲୀ : ପୁଣି ଇତିହାସ ରଚିଲା ଇସ୍ରୋ । ଚନ୍ଦ୍ର ପରେ ଏବେ ସୂର୍ଯ୍ୟ ଅଭିଯାନ । ଚନ୍ଦ୍ର ଅଭିଯାନର ସଫଳତା ପରେ ଆଜି ଭାରତ ଆରମ୍ଭ କରିଛି ସୂର୍ୟ୍ୟ ଅଭିଯାନ । ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଗଲା ପିଏସଏଲଭି-ଏକ୍ସଏଲ ରକେଟ୍ । ସୂର୍ୟ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ । ଆଦିତ୍ୟଏଲ-୧ ମହାକାଶ ଯାନକୁ ଇସ୍ରୋ ପୃଥିବୀ ଠାରୁ ୧ ଦଶମିକ ୫ ନିୟୁତ କିମି ଉଚ୍ଚରେ ହାଲୋ ଅରବିଟରରେ ସ୍ଥାପନ କରିବ । ଯାହା ଇସ୍ରୋ ପାଇଁ ଏକ ଜଟିଳ କାର୍ୟ୍ୟ । କାରଣ ହାଲୋ ଅରବିଟରରେ ପୃଥିବୀର ଆକର୍ଷଣ ଶକ୍ତି ଶେଷ ହେଉଛି ଓ ସୂର୍ୟ୍ୟର ଆକର୍ଷଣ ଶକ୍ତି ଆରମ୍ଭ ହେଉଛି । ଏଠାରେ କୌଣସି ଛୋଟ ବସ୍ତକୁ ଦୀର୍ଘ ସମୟ ରଖାଯାଇପାରିବ । ତେବେ ସୌର ଯାନର ଗତିକୁ ନିୟନ୍ତ୍ରଣ କରାନଗଲେ ତାହା ସିଧା ସୂର୍ୟ୍ୟ ଅଭିମୁଖେ ଚାଲିଯିବାର ଆଶଙ୍କା ରହିଛି । ହାଲୋ ଅରବିଟରରେ ସୂର୍ୟ୍ୟ ଯାନକୁ ସ୍ଥାପନ କରି ଭାରତ ସୂର୍ୟ୍ୟ ଉପରେ ଅନୁଧ୍ୟାନ କରି ତଥ୍ୟ ହାସଲ କରିବ । ଆଦିତ୍ୟ ଏଲ-୧ରେ ମୋଟ ୭ଟି ପେଲେଡ ରହିଛି । ଏହି ସୌରଯାନ ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ବେଳେ ଏହା ଉପରେ ସାରା ବିଶ୍ୱର ନଜର ରହିଛି ।
ଇତିହାସ ରଚିଲା ଇସ୍ରୋ , ଲଞ୍ଚ କଲା ଆଦିତ୍ୟ ଏଲ-୧
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











