ନୂଆଦିଲ୍ଲୀ : ଇସ୍ରୋର ପୂର୍ବତନ ଅଧ୍ୟକ୍ଷ କୃଷ୍ଣସ୍ବାମୀ କସ୍ତୁରୀରଙ୍ଗନଙ୍କ ପରଲୋକ ହୋଇଛି । ବେଙ୍ଗାଲୁରୁ ସ୍ଥିତ ତାଙ୍କ ଘରେ ୮୪ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଆଜି ସକାଳେ ୧୦ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି । ରବିବାର ଦିନ ତାଙ୍କ ଅନ୍ତିମ ସଂସ୍କାର କରାଯିବ । ତାଙ୍କ ମୃତଦେହକୁ ରମନ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ତାଙ୍କ ପାର୍ଥିବ ଶରୀରକୁ ଅନ୍ତିମ ଦର୍ଶନ ପାଇଁ ରଖାଯିବ ।କସ୍ତୁରୀରଙ୍ଗନ ଦୀର୍ଘ ସମୟ ଧରି ଇସ୍ରୋ ମୁଖ୍ୟ ଭାବେ କାର୍ୟ୍ୟରତ ଥିଲେ । ୧୦ ବର୍ଷ ଯାଏଁ ଇସ୍ରୋର ଚେୟାରମ୍ୟାନ ଥିଲେ ।
Views: 52