ଊୁବନେଶ୍ୱର : ଇ-କେୱାଇସ ପରେ ବାଦ ପଡିଲେ ୮୪,୭୫୭ ଅଯୋଗ୍ୟ ହିତାଧିକାରୀ । ଅଶ୍ୱିନୀ ପାତ୍ରଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ଉତ୍ତର । ତଥ୍ୟ ଅନୁସାରେ , ରାଜ୍ୟରେ ଏପର୍ୟ୍ୟନ୍ତ ଚିହ୍ନଟ ହୋଇଛନ୍ତି ମୋଟ ୨୨ ହଜାର ୨୯୩ ଟି ଅଯୋଗ୍ୟ ରାସନ କାର୍ଡ ହିତାଧିକାରୀ । ଏହାସହ ରାଜ୍ୟରେ ୮୪ ହଜାର ୭୫୭ ଜଣ ହିତାଧିକାରୀ ରାସନ କାର୍ଡ ପାଇବାରୁ ବାଦ୍ ପଡିଛନ୍ତି । କଟକ ଜିଲ୍ଲାରେ ସର୍ବାଧିକ ୨୫୫୪ ରାସନ କାର୍ଡ କଟିଥିବା ବେଳେ ବୌଦ୍ଧରେ ସର୍ବନିମ୍ନ ୧୦୨ଟି ରାସନ କାର୍ଡ କଟାଯାଇଛି ।ସେହିଭଳି ଗଜପତି ଜିଲ୍ଲାରେ ୨୩୨ଟି , ଅନୁଗୁଳ ଜିଲ୍ଲାରେ ୧୧୦୧ଟି ରାସନକାର୍ଡ କଟିଛି । ଗଞ୍ଜାମରେ ୫୫୨, ଜଗତସିଂହପୁରରେ ୪୮୭, ଯାଜପୁରରେ ୬୦୫, ବାଲେଶ୍ଵରରେ ୧୪୩୬, ବରଗଡ଼ରେ ୪୬୮, ଭଦ୍ରକରେ ୫୬୭, ବଲାଙ୍ଗିରରେ ୬୪୫, ଦେବଗଡ଼ରେ ୨୧୦, ଢେଙ୍କାନାଳରେ ୩୮୭ଟି ଅଯୋଗ୍ୟ ରାସନକାର୍ଡକୁ କାଟି ଦିଆଯାଇଛି ।ଅନ୍ୟପଟେ ଝାରସୁଗୁଡ଼ାରେ ୩୦୭, କଳାହାଣ୍ଡିରେ ୪୯୪, କନ୍ଧମାଳରେ ୬୫୬, କେନ୍ଦ୍ରାପଡ଼ା ୫୧୭, କେନ୍ଦୁଝରରେ ୭୩୧, ଖୋର୍ଦ୍ଧାରେ ୧୩୪୫, କୋରାପୁଟରେ ୯୦୭ଟି ଅଯୋଗ୍ୟ କାର୍ଡ କଟିଛି । ସେହିପରି ନୂଆ ସରକାର ଆସିବା ପରେ ଯାଞ୍ଚ କରାଯାଇ ୨ ହଜାରରୁ ଅଧିକ ଅଯୋଗ୍ୟ ହିତାଧିକାରୀଙ୍କ ଚିହ୍ନଟ କରାଯିବା ସହ ସେମାନଙ୍କ କାର୍ଡକୁ ବାତିଲ କରାଯାଇଛି ।
ଇ-କେୱାଇସ ପରେ ବାଦ ପଡିଲେ ୮୪,୭୫୭ ଅଯୋଗ୍ୟ ହିତାଧିକାରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...