ଭୁବନେଶ୍ୱର : ଚାଷୀ ମାନଙ୍କ ପାଇଁ ଖୁସି ଖବର । ଉତ୍କଳ ଦିବସରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ । ଚାଷୀ ମାନଙ୍କୁ ନବୀନ ଦେବେ ଭେଟି । ଆଜି ମିଳିବ କାଳିଆ ଟଙ୍କା । କ୍ଷୁଦ୍ର ଓ ନାମମାତ୍ର ଏବଂ ଭୂମିହୀନ ପରିବାରକୁ କାଳିଆ ସହାୟତା ଦିଆଯିବ । ୪୩ ଲକ୍ଷରୁ ଅଧିକ ଚାଷୀ ପରିବାରକୁ ମିଳିବ ଏହି ସହାୟତା । ଏଥିପାଇଁ ୮୭୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିବେ ରାଜ୍ୟସରକାର । ଉପନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହୋଇଥିବାରୁ ଝାରସୁଗୁଡା ଜିଲ୍ଲାରେ ଏବେ କାଳିଆ ସହାୟତା ମିଳିବ ନାହିଁ ।୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ରାଜ୍ୟର ୧୪ ଲକ୍ଷ ଭୂମିହୀନ କୃଷି ଶ୍ରମିକ ଓ ୫୩ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଯୋଜନା ହୋଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।
ଉତ୍କଳ ଦିବସରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











