ଭୁବନେଶ୍ବର: ରାଜ୍ୟରେ ଲାଗି ରହିଛି ବର୍ଷାକୁ ମେଘୁଆ ପାଗ । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା କାଲିଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବାଲେଶ୍ଵରକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Views: 73











