The Ultimate Managed Hosting Platform
ADVERTISEMENT

ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରେ ଭାଗ ନେବନି ବିଜେଡି

Facebook
Twitter
LinkedIn

ଭୁବନେଶ୍ୱର : ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିରତ ରହିବ ବିଜେଡି । ଏ ନେଇ ଦଳୀୟ ସାଂସଦଙ୍କ ସୂତ୍ରରୁ ସୂଚନା । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି । ତେଣୁ ଚର୍ଚ୍ଚା ହେଉଛି ଦିଲ୍ଲୀରୁ ପ୍ରେସମିଟ୍ କରି ସମ୍ଭବତଃ ନବୀନ ଏ ସମ୍ପର୍କରେ ଘୋଷଣା କରିପାରନ୍ତି । ତେବେ ଜଗଦୀପ ଧନଖଡଙ୍କ ଇସ୍ତଫା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେଉଛି । ଯେଉଁଥିରେ ଏନଡିଏ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିରୋଧୀ ମେଣ୍ଟ ବି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି । ତେବେ ଗଲା କିଛି ଦିନ ଧରି ଚର୍ଚ୍ଚା ହେଉଥିଲା, ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଜଣାଇବ? ଆଉ ଶେଷରେ ବିଜେଡି ଏହି ନିର୍ବାଚନରେ ଭାଗ ନେବନି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login