The Ultimate Managed Hosting Platform
ADVERTISEMENT

ଏଣିକି ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ

Facebook
Twitter
LinkedIn

ଭୁବନେଶ୍ୱର : ଏଣିକି ବିଦ୍ୟାଳୟରେ ଖୋଲିବ ଏକାଦଶ ଶ୍ରେଣୀ । ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟରେ ୧୦୬ ଗୋଟି ଉନ୍ନିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯିବ । ଏନେଇ ବିଶେଷ ଭାବରେ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି । ଏଥି ମଧ୍ୟରୁ ୧୦୦ ଗୋଟି ବିଦ୍ୟାଳୟରେ କଳା ଓ ୬ ଗୋଟି ବିଦ୍ୟାଳୟରେ ବିଜ୍ଞାନ ବିଷୟରେ ଶିକ୍ଷାଦାନ କରାଯିବ । ଏହି ବିଦ୍ୟାଳୟଗୁଡ଼ିକରେ ଦୁଇ ଗୋଟି ଲେଖାଏଁ ସେକ୍ସନ ଖୋଲିବା ପାଇଁ ସ୍ଥିର ହୋଇଛି । ପ୍ରତ୍ୟେକ ସେକ୍ସନରେ ୬୪ ଜଣ ଲେଖାଏଁ ମୋଟ ୧୨୮ ଛାତ୍ରଛାତ୍ରୀ ନାମ ଲେଖାଇବେ । ଏହାଦ୍ୱାରା ରାଜ୍ୟରେ ୧୦୬ ଗୋଟି ସରକାରୀ ବିଦ୍ୟାଳାୟରେ ମୋଟ ୧୩୪୬୮ ସିଟ ନାମ ଲେଖାପାଇଁ ବୃଦ୍ଧି ପାଇବ । ସମ୍ପ୍ରତି ପ୍ରଧାନଶିକ୍ଷକମାନେ ଭାରପ୍ରାପ୍ତ ଅଧ୍ୟକ୍ଷ ଭାବରେ କାର୍ୟ୍ୟ କରିବା ପାଇଁ ସେମାନଙ୍କୁ ରାଜ୍ୟସ୍ତରରେ ତାଲିମ ଦିଆଯାଇଛି । ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ ଶିକ୍ଷାଦାନ ପାଇଁ ଅତିଥି ଶିକ୍ଷକ ନିଯୋଜନ ପ୍ରକ୍ରିୟା ବିଦ୍ୟାଳୟ ସ୍ତରରେ ଚାଲୁ ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login