The Ultimate Managed Hosting Platform
ADVERTISEMENT

ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା

Facebook
Twitter
LinkedIn

ଭୁବନେଶ୍ୱର : ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟରେ କାର୍ୟ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ । ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login