ଭୁବନେଶ୍ୱର : ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ରାଜ୍ୟରେ କାର୍ୟ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ଶୁଭାରମ୍ଭ ହେବ । ଗତକାଲି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ । ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯିବ । ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩ କୋଟି ୪୬ ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ।
ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











