The Ultimate Managed Hosting Platform
ADVERTISEMENT

ଏବେଠୁ ତାତିଲାଣି ଆଗକୁ ଜଳିବ, ଗୁଳୁଗୁଳିରେ ଆଉଟୁପାଉଟୁ ଲୋକେ

Facebook
Twitter
LinkedIn

ଭୁବନେଶ୍ୱର :ଏବେଠୁ ଜାାଳିଲାଣି । ଆଗକୁ କଣ ହେବ ? ଗୁଳୁଗୁଳୁରେ ଆଉଟୁ ପାଉଟୁ ହେଲେଣି ଲୋକେ । ଉପକୂଳରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୩ ଡିଗ୍ରୀ ପର୍ୟ୍ୟନ୍ତ ଅଧିକ ତାପମାତ୍ରା ରେକର୍ଡ । ଆସନ୍ତା ଶନିବାର ଠାରୁ ରାଜ୍ୟରେ ଅହେତୁକ ଭାବରେ ବଢିବ ତାତି । ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ୟ୍ୟନ୍ତ କମ୍ ରହିଥିବା ବେଳେ ଦିନରେ ଡହ ଡହ ଖରାରେ ସିଝୁଛନ୍ତି ଲୋକେ । ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା, ସୋନପୁର, ବଲାଙ୍ଗିର, ନୂଆପଡା, ଗଜପତି ଜିଲ୍ଲାରେ ପାରଦ ଉପରମୁହାଁ ହୋଇଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ତାତି ବୃଦ୍ଧି ପାଉଛି । ଏହାସହ ରାଜ୍ୟକୁ ସାମୁଦ୍ରିକ ପବନ ପ୍ରବାହରେ ବ୍ରେକ୍ ଲାଗିଛି । ତେବେ ତାତି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login