ଭୁବନେଶ୍ୱର : ଜଗା ପ୍ରଦାନ ଗିରଫ ପରେ ଆନେ୍ଦାଳନରୁ ହଟିଲା ଓଏଏସ ସଂଘ । ଆଜିଠାରୁ କାମରେ ଯୋଗ ଦେବେ ଓଏଏସ ଅଧିକାରୀ । ସୂଚନା ଦେଲେ ଓଏଏସ ସଂଘ ସଭାପତି ଜ୍ୟୋତିରଂଜନ ମିଶ୍ର । ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଗତ ୩ ଦିନ ହେଲା ଆନ୍ଦୋଳନ କରୁଥିଲା ସଂଘ । ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ରାଜ୍ୟ ସରକାରଙ୍କ ଉପରେ ଭରସା ଥିଲା ବୋଲି ସଂଘ କହିଛି । ସୂଚନାଯୋଗ୍ୟ, ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ବିଏମସି କାର୍ୟ୍ୟାଳୟ ଭିତରେ ୫ରୁ ୬ ଦୁର୍ବୃତ୍ତ ମାଡ଼ମାରିବା ସହ ଘୋଷାଡ଼ି ଘୋଷାଡ଼ି ନେଉଥିବାର ବିଚଳିତ କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହୋଇଥିଲା । ଏହି ଘଟଣାରେ କମିଶନରେଟ୍ ପୋଲିସ ୫ ଜଣଙ୍କୁ ଗିରଫ କରିଛି ।
ସମସ୍ତ ଅଭିଯୁକ୍ତ ବିଜେପିର ହୋଇଥିବାବେଳେ ଦଳ ସମସ୍ତଙ୍କୁ ପ୍ରାଥମିକ ସଦସ୍ୟରୁ ନିଲମ୍ବନ କରିଛି । ସେପଟେ ଏହି ଘଟଣାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଥିବାବେଳେ । ଓଏଏସ ସଂଘ ଏହାର ପ୍ରତିବାଦରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଅଡ଼ି ବସିଥିଲା । ଆଉ କାର୍ୟ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଥିଲା ।
ଓଏଏସ ସଂଘ ଆନେ୍ଦାଳନ ପ୍ରତ୍ୟାହୃତ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











