The Ultimate Managed Hosting Platform
ADVERTISEMENT

ଓଡ଼ିଶାରେ ୨୮ ବିଧାନସଭା ପାଇଁ ସରିଲା ନାମାଙ୍କନ

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଥମ ପର୍ୟ୍ୟାୟରେ ନିର୍ବାଚନ ହେବାକୁ ଥିବା ୪ ଲୋକସଭା ଆସନ ଅଧିନରେ ଥିବା ୨୮ ବିଧାନସଭା ଆସନ ପାଇଁ ମଧ୍ୟ ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି । ଓଡ଼ିଶାରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନପତ୍ର ଦାଖଲ ଶେଷ ହୋଇଛି । ଶୁକ୍ରବାର ନାମାଙ୍କନପତ୍ର ଯାଞ୍ଚ ହେବାକୁ ଥିବା ବେଳେ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରଥମ ପର୍ୟ୍ୟାୟ ନାମାଙ୍କନପତ୍ର ଦାଖଲ ବାବଦରେ ସବିଶେଷ ତଥ୍ୟ ଦିଆଯାଇଛି । ଏହି ୨୮ ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ମୋଟ ୪୮୩ ସେଟ୍ ନାମାଙ୍କନପତ୍ର ଦାଖଲ ହୋଇଛି । ବ୍ରହ୍ମପୁର ବିଧାନସଭା ଆସନରେ ସର୍ବାଧିକ ୨୦ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେହିଭଳି ଝରିଗାଁ ଓ ଡାବୁଗାଁରେ ମାତ୍ର ୩ ଜଣ ଲେଖାଏଁ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login