କୋଲକତା : ପଶ୍ଚିମବଙ୍ଗ ଦୁର୍ଗାପୁରର ଏକ ମେଡିକାଲ କଲେଜ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ । ଅବସ୍ଥା ଗୁରୁତର ଥିବାରୁ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ । ଡିନର ପାଇଁ ଯାଇଥିବା ବେଳେ କଲେଜ ବାହାରେ ଗଣ ଦୁଷ୍କର୍ମ ଅଭିଯୋଗ । ପୀଡିତ ଛାତ୍ରୀ ଜଣଙ୍କ ଜଳେଶ୍ୱର ଅଞ୍ଚଳର ହୋଇଥିବା ସୂଚନା । ରଜି କର ମେଡିକାଲର ଘଟଣା ମନରୁ ନ ଲିଭୁଣୁ ପୁଣି ଏକ ଘଟଣା ସାମ୍ନାକୁ ଆସିଛି । ଯାହା ଚାଞ୍ଚଲ୍ୟ ସୃଷ୍ଟି କରିଛି । ଗତ ୨୦୨୪ରେ କୋଲକତାରେ ଟ୍ରେନି ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା ସାରା ଦେଶରେ ଚହଳ ସୃଷ୍ଟି କରିଥିଲା । ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଆକ୍ରୋଶ ଦେଖିବାକୁ ମିଳିଥିଲା । ନ୍ୟାୟ ଦାବିରେ ଆରଜି କର ମେଡିକାଲ ପରିସରରେ ନର୍ସିଂ ଷ୍ଟାଫ ବିକ୍ଷୋୠ ପ୍ରଦର୍ଶନ କରିଥିଲେ । ଡାକ୍ତରୀ ଛାତ୍ରଛାତ୍ରୀମାନେ ମଧ୍ୟ ବିରୋଧ ପ୍ରଦର୍ଶନ କରି ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ଦାବି କରିଥିଲେ । ଆରଜି କର ମେଡିକାଲ କଲେଜର ପ୍ରିନ୍ସିପାଲଙ୍କ କାର୍ୟ୍ୟାଳୟକୁ ଘେରାଉ କରିଥିଲେ ଡାକ୍ତରୀ ଛାତ୍ରଛାତ୍ରୀ । ଅଭିଯୁକ୍ତଙ୍କୁ କଠୋରରୁ କଠୋର ଦଣ୍ଡ ଦେବା ସହ ସ୍ୱାସ୍ଥ୍ୟ ସେବାରେ ଥିବା କର୍ମଚାରୀଙ୍କୁ ସୁରକ୍ଷା ସୁନିଶ୍ଚିତ କରିବାକୁ ଦାବି କରିଥିଲେ ।
ଓଡିଆ ଛାତ୍ରୀଙ୍କୁ ପଶ୍ଚିମବଙ୍ଗରେ ଗଣଦୁଷ୍କର୍ମ
Facebook
Twitter
LinkedIn
Facebook
Twitter
LinkedIn
Recent News
୪ ଟି ଜିନିଷ ଆପଣଙ୍କୁ ହାଡକୁ କରିବ ଦୁର୍ବଳ !
ବ୍ୟୁରୋ : ଦିନକୁ ଦିନ ବଦଳୁଥିବା ଖାଦ୍ୟ ପାନୀୟର ଭୁଲ୍ ଅଭ୍ୟାସ ଯୋଗୁଁ ଆଜି ପ୍ରତି ୫ ଜଣରେ ଜଣେ ବ୍ୟକ୍ତି କୌଣସି ନା କୌଣସି ସ୍ବାସ୍ଥ୍ୟ...
ନବକଳେବର ହେବ କଲେକ୍ଟରେଟ ବିଲ୍ଡିଂ
ଭୁବନେଶ୍ୱର : ସବୁ ଜିଲ୍ଲାପାଳ କାର୍ଯ୍ୟାଳୟ ଗୁଡିକର ହେବ ନବକଳେବର । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ କୋଠା ନିର୍ମାଣ ହେବ । କଲେକ୍ଟରେଟ କୋଠାରେ...
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ
ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...
୯ ଜେଲରୁ ୧୩ କଏଦୀ ଫେରାର
ଭୁବନେଶ୍ୱର : ଜେଲରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର । ଗତବର୍ଷ ଜୁଲାଇରୁ ଏଯାବତ ୯ଟି ଜେଲରୁ ୧୩ କଏଦୀ ଫେରାର ହୋଇଛନ୍ତି ।...











